?????
ଆଜି ୮ ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ୨୦ ଜିଲ୍ଲାକୁ ବିଜୁଳିଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ

ଝାରସୁଗୁଡା: ଆଜି ୮ ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ପାଇଁ ୟେଲୋ ଚେତାବନୀ । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଉତ୍ତର ଉପକୁଳ ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ସମେତ କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ରୁ ଦୁଇଟି ସ୍ଥାନରେ ଆଜି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି
୨୪ ତାରିଖରେ ପ୍ରବଳ ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି । ଏଥିସହ ବିଜୁଳି ଘଡ଼ଘଡ଼ି ନେଇ ୧୯ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।