?????

ସରପଞ୍ଚଙ୍କୁ ଜିଲ୍ଲାପାଳ କ୍ଷମତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସହର ପରେ ଗାଁ ଆଡକୁ ମୁହାଁଇଛି ଚୀନର ଉହାନ ଭାଇରସ। ତେଣୁ ନଜଗିଲେ ନେଡି ଗୋଡ କହୁଣୀକୁ ବୋହିଯିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦଳୀୟ ବୈଠକରେ ବଡ ଘୋଷଣା କରିଛନ୍ତି। ଘରେ ଘରେ ଏବେ ଗାଁରେ କରୋନା ଟେଷ୍ଟ ହେବ। ଏମିତି ହେଲେ କରୋନା ସଂକ୍ରମଣକୁ ରୋକି ହେବ ବୋଲି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ତେଣୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଗାଁରେ ଆଗାମୀ ଦିନରେ ସଂକ୍ରମଣକୁ ଦେଖି ସରପଞ୍ଚ ଲକ୍‌ଡାଉନ ଘୋଷଣା କରିପାରିବେ। ଆଉ ଗାଁର ଆବଶ୍ୟକତାକୁ ଦେଖି ଗାଁରେ କୋଭିଡ କେନ୍ଦ୍ର ଖୋଲିବା ନେଇ ମଧ୍ୟ ନିଷ୍ପତ୍ତି ନେଇ ପାରିବେ ସରପଞ୍ଚ। ଏଥିପାଇଁ ସରପଞ୍ଚଙ୍କୁ ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବ।

ପ୍ରତି ଗାଁରେ ଥିବା ଗାଁ କଲ୍ୟାଣ ସମିତି ମାନଙ୍କୁ ମଧ୍ୟ କୋଭିଡ ନିୟନ୍ତ୍ରଣ ପାଇଁ ବିଭିନ୍ନ କାର୍ଯ୍ୟ ନିମନ୍ତେ ୧୦ ହଜାର ଟଙ୍କା ସହାୟତା ଦିଆଯିବ ବୋଲି ନବୀନ ପଟ୍ଟନାୟକ କହିଛନ୍ତି। ସେହିପରି ଆସନ୍ତା ମଇ ୨୪ ତାରିଖରୁ ୩ ମାସ ପାଇଁଁ ସାରା ରାଜ୍ୟରେ ଆଶା ଓ ଏଏନଏମ ଘରକୁ ଘର ବୁଲି କୋଭିଡ ଲକ୍ଷଣ ଓ ଜଟିଳ ରୋଗ ସଂପର୍କରେ ସର୍ଭେ କରିବେ। ଏଥିପାଇଁ ସେମାନଙ୍କୁ ୩ ମାସ ପାଇଁ ମାସିକ ୧୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି ଗୃହ ସଂଗରୋଧ ତଦାରଖ ଦାୟିତ୍ବରେ ଥିବା ଆଶାକର୍ମୀ ମାନଙ୍କୁ ମଧ୍ୟ ବାଇସାଇକେଲ, ଚପଲ, ଛତା, ଟର୍ଚ୍ଚ ଓ କପ୍‌ବୋର୍ଡ ଆଦି ପାଇଁ ଏକକାଳୀନ ୧୦ ହଜାର ଟଙ୍କା ସହାୟତା ଦିଆଯିବ। ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

Related Articles

Leave a Reply

Back to top button
error: Content is protected !!