?????

ରାଜ୍ୟର 3.24 କୋଟି କୋଭିଡ ପ୍ରଭାବିତ ଲୋକଙ୍କୁ ମିଳିବ ମାଗଣା ଖାଦ୍ୟଶସ୍ୟ

ଭୁବନେଶ୍ୱର: ଏବେର କୋଭିଡ-19 ସଙ୍କଟକୁ ଦୃଷ୍ଟିରେ ରଖି ଭାରତ ସରକାର ଚତୁର୍ଥ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା କାର୍ଯ୍ୟକାରୀ କରିବା ଲାଗି ଘୋଷଣା କରିଛନ୍ତି। ଏହି ଯୋଜନା ଅଧୀନରେ ଦେଶବ୍ୟାପୀ କୋଭିଡ ପ୍ରଭାବିତ ଲୋକମାନଙ୍କୁ ଜୁଲାଇରୁ ନଭେମ୍ବର 2021 ପର୍ଯ୍ୟନ୍ତ ମାଗଣାରେ ଖାଦ୍ୟଶସ୍ୟ ଯୋଗାଇ ଦିଆଯିବ।

ଏହି ଯୋଜନାର ଅଂଶବିଶେଷ ସ୍ବରୂପ, ଯୋଗ୍ୟ ହିତାଧିକାରୀମାନଙ୍କୁ ମାସିକ ମୁଣ୍ଡପିଛା 5 କିଗ୍ରା ଲେଖାଏଁ ଖାଦ୍ୟ ଶସ୍ୟ ଯୋଗାଇ ଦିଆଯିବ। ଏହି ଖାଦ୍ୟ ସହାୟତା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଅନ୍ତର୍ଗତ ମିଳୁଥିବା ମାସିକ ରାସନକୁ ବାଦ୍ ଦେଇ ଏବଂ ଅଧିକ ଆକାରରେ ପ୍ରଦାନ କରାଯିବ।

ଭାରତ ସରକାରଙ୍କ ଘୋଷଣା ମୁତାବକ, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ସମ୍ପ୍ରସାରିତ ଚତୁର୍ଥ ପର୍ଯ୍ୟାୟକୁ ସଠିକ୍ ଢଙ୍ଗରେ କାର୍ଯ୍ୟକାରୀ କରିବା ଲାଗି ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ର ଓଡ଼ିଶା ଶାଖା ପକ୍ଷରୁ ଆବଶ୍ୟକ ସମ୍ବଳ ପ୍ରସ୍ତୁତ କରାଯାଉଛି। ଏହି ଯୋଜନା ଦ୍ବାରା ସାରା ଦେଶରେ 80 କୋଟି ଲୋକ ଉପକୃତ ହେବାକୁ ଥିବା ବେଳେ ଏଥିରେ ଓଡ଼ିଶାର 3.24 କୋଟି ହିତାଧିକାରୀ ରହିଛନ୍ତି।

ଭୁବନେଶ୍ବର ଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଏଫସିଆଇ ଓଡ଼ିଶା କ୍ଷେତ୍ର ମହାପ୍ରବନ୍ଧକ ଶ୍ରୀ ନିଶିଥ କୁମାର ପ୍ରଧାନ କହିଛନ୍ତି ଯେ ଏହି ଯୋଜନାରେ ଖାଦ୍ୟ ଶସ୍ୟ କ୍ରୟ, ଭଣ୍ଡାରଣ, ପରିବହନ ଏବଂ ବିତରଣ ପାଇଁ ଆବଶ୍ୟକ ସମସ୍ତ ଖର୍ଚ୍ଚ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ବହନ କରିବେ। ଏହି ପ୍ରକ୍ରିୟାରେ ଭାରତ ସରକାର ଚାଉଳ କିଲୋପ୍ରତି 39 ଟଙ୍କା ଏବଂ ଗହମ କିଲୋ ପ୍ରତି 28 ଟଙ୍କା ଖର୍ଚ୍ଚ କରିବେ।

ଏହି ଯୋଜନା ଅନ୍ତର୍ଗତ, ପାଖାପାଖି 199 ଲକ୍ଷ ମେଟ୍ରିକ ଟନ୍ ଖାଦ୍ୟଶସ୍ୟ ଦେଶର ଦୁର୍ବଳ ଶ୍ରେଣୀର ଲୋକମାନଙ୍କୁ ବିତରଣ କରାଯିବ। ଏଥିପାଇଁ ଭାରତ ସରକାର ଆନୁମାନିକ 67,492 କୋଟି ଟଙ୍କା ବ୍ୟୟ କରିବେ ବୋଲି ସେ କହିଥିଲେ।

Related Articles

Leave a Reply

Back to top button
error: Content is protected !!