ଝାରସୁଗୁଡା ସମେତ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0
60

ଝାରସୁଗୁଡ଼ା: ଆସନ୍ତା 24 ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅପରାହ୍ନରେ ପାଣିପାଗ ବିଭାଗ ଏହି ସୂଚନା ଦେଇଛି। ଉତ୍ତର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବ ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ 7.6 କିଲୋମିଟର ପର୍ଯ୍ୟନ୍ତ ରହିଛି। ଏହା ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ରାଜ୍ୟରେ ଯେଉଁସବୁ ଜିଲ୍ଲାରେ 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ହେବାର ଅଛି ସେଗୁଡ଼ିକ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଜିଲ୍ଲା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ତରଫରୁ ଏ ସମସ୍ତ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।