?????

ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ, ଝାରସୁଗୁଡାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ଯୋଗୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ପଶ୍ଚିମବଙ୍ଗର ଉପକୂଳ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଉତ୍ତର ଓଡ଼ିଶାରେ ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଳ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି କେନ୍ଦୁଝର, ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଥିବାରୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ହେବାର ସମ୍ଭାବନା ରହିଛି ।

ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ଯୋଗୁ ତଳିଆ ଅଂଚଳରେ ପାଣି ପଶିବାର ସମ୍ଭବନା ରହିଛି । ସୁବର୍ଣ୍ଣରେଖ ଓ ବୁଢାବଳଙ୍ଗ ନଦୀର ଜଳସ୍ତର ବଢିପାରେ ବୋଲି ସତର୍କ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ପବନର ବେଗ ୪୦ ରୁ ୫୦ କିମି ରହିବାର ଆଶଙ୍କା ଥିବାରୁ ମସô୍ୟଜୀବୀମାନଙ୍କୁ ୩୦ ତାରିଖ ଯାଏ ସମୁଦ୍ର ଭିତରକୂୁ ଯିବାକୁ ବାରଣ କରାଯାଇଛି ।

Related Articles

Leave a Reply

Back to top button
error: Content is protected !!