?????

ରାଜ୍ୟରେ ପ୍ରାଥମିକ ସ୍କୁଲ ଖୋଲିବାକୁ ସୁପାରିସ କରିବେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ

ଭୁବନେଶ୍ୱର: ସରିଛି ଦୀପାବଳି। ଏବେ ସ୍କୁଲ ଖୋଲିବା ଆବଶ୍ୟକ। ରାଜ୍ୟ ସରକାର ଓ ଗଣଶିକ୍ଷା ବିଭାଗକୁ ସୁପାରିସ କରିବେ ବୋଲି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ସୁଶ୍ରୀ ସଂଧ୍ୟାବତୀ ପ୍ରଧାନ କହିଛନ୍ତି। ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ପାଇଁ ସେ ସୁପାରିସ କରିବେ ବୋଲି କହିଛନ୍ତି । ପ୍ରାଥମିକ ଶିକ୍ଷା ହେଉଛି ମୂଳଦୁଆ। ମୂଳଦୁଆ ଯଦି ବିଗିଡି ଯିବ ଉଚ୍ଚ ଶ୍ରେଣୀରେ ବହୁତ ଅସୁବିଧା ହେବ। ଛୋଟ ପିଲାମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଅଧିକ ରହିଥାଏ, ତେଣୁ ପ୍ରଥମଠାରୁ ପଞ୍ଚମ ଖୋଲିଲେ କୌଣସି ଅସୁବିଧା ହେବ ନାହିଁ। ଶିଶୁଙ୍କ ପାଇଁ ଟୀକା ମଧ୍ୟ ଖୁବ ଶୀଘ୍ର ଆସିବ ବୋଲି ସେ କହିଛନ୍ତି।

ରାଜ୍ୟରେ ବିଦ୍ୟାଳୟ ଖୋଲିବା ପରେ ସଚେତନତା ଓ ସୁରକ୍ଷା ନେଇ ହେବ ଅଭିଯାନ। ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ ଅବସରରେ ଗତ ୧ ତାରିଖରୁ ୪୦ ଦିନିଆ ଏହି କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ ଆସନ୍ତା ୧୯ ତାରିଖ ରୁ ସ୍ବତନ୍ତ୍ର ଭ୍ରାମ୍ୟମାଣ ଭ୍ୟାନର ଶୁଭାରମ୍ଭ ହେବ। ଯାହା ଭୁବନେଶ୍ୱରରୁ ଆରମ୍ଭ କରି ରାଜ୍ୟର ସମସ୍ତ ଜିଲ୍ଲାରେ ବୁଲି ବୁଲି ଶିଶୁ ମାନଙ୍କ ସୁରକ୍ଷା ଓ ସଚେତନତା ଦିଗରେ ବାର୍ତ୍ତା ଦେବ। ଏହାସହ ରାଜଧାନୀରେ ରାଜ୍ୟ ସ୍ତରୀୟ ଏକ ଚାଇଲ୍ଡ଼ ଆସେମ୍ବଲି ବା ଶିଶୁ ବିଧାନସଭାର ଆୟୋଜନ କରାଯିବ। ଏଥିରେ ସାରା ରାଜ୍ୟରୁ ଶିଶୁମାନଙ୍କୁ ସାମିଲ କରାଯିବା ସହ ସେମାନଙ୍କ ଦକ୍ଷତା ଓ ମାନସିକତା ପରଖିବ ଆୟୋଗ। ସେହିପରି ବିଧାୟକ ମାନଙ୍କୁ ନେଇ ମଧ୍ୟ ଏକ ପରାମର୍ଶଦାତା ବୈଠକ ଆୟୋଜନ କରାଯିବ। ଡିସେମ୍ବର ୧୦ ତାରିଖରେ ୪୦ ଦିନିଆ ଅଭିଯାନ ଶେଷ ହେଉଥିବା ବେଳେ ସମସ୍ତ କାର୍ଯ୍ୟକ୍ରମ ଏହାରି ଭିତରେ ଶେଷ କରିବାକୁ ଲକ୍ଷ୍ୟ ରହିଥିବା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସୁଶ୍ରୀ ସଂଧ୍ୟାବତୀ ପ୍ରଧାନ କହିଛନ୍ତି।

Related Articles

Leave a Reply

Back to top button
error: Content is protected !!