?????

ଥଣ୍ଡା, ଜ୍ୱର ହେଲେ କରୋନା ଟେଷ୍ଟ କରାଇବା ଠିକ୍ ହେବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଲକ୍ଷଣ ବଦଳାଉଛି କରୋନା। ଏବେ ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ଥଣ୍ଡା ଜ୍ଵର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି। ଟେଷ୍ଟ କଲେ ନିଜେ ସୁରକ୍ଷିତ ହେବା ସହ 30 ଜଣ ସୁରକ୍ଷିତ ହୋଇପାରିବେ।

ସୁନ୍ଦରଗଡ ଓ ବୁର୍ଲ୍ଲାରେ ସଂକ୍ରମଣକୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। କାରଣ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ ହିଁ ସଂକ୍ରମଣ ହେଉଛି।
ଭିମସାର ଓ ସୁନ୍ଦରଗଡରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେ ଅଞ୍ଚଳକୁ କାଣ୍ଟେଟମେନ ଜୋନ ଭାବରେ ଘୋଷଣା କରାଯାଇଛି। ବାହାର ପିଲା ଭୁତରକୁ ପ୍ରବେଶ କରିବେ ନାହିଁ। କି ଭିତର ପିଲା ବାହାରକୁ ଆସିପାରିବେ ନାହିଁ। ଏଥିପାଇଁ ରାଜ୍ୟ ସରକାର, ସ୍ୱାସ୍ଥ୍ୟ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସଜାଗ ରହିଛନ୍ତି।

ଚିହ୍ନଟ ବ୍ୟକ୍ତିଙ୍କ ଠାରେ ଗୁରୁତରଙ୍କ ସଂଖ୍ୟା କମ ରହିଛି। ତେଣୁ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ। ଯେହେତୁ ହଷ୍ଟେଲରେ ପିଲାମାନେ ଏକାଠି ହୋଇ ରହୁଛନ୍ତି ତେଣୁ କିଛି ଛାତ୍ର ଛାତ୍ରୀ ସଂକ୍ରମିତ ହୋଇଛନ୍ତି। ଏଥିପାଇଁ ହଷ୍ଟେଲ ରେ ସ୍ବତନ୍ତ୍ର ଭାବରେ ସର୍ଭିଲାନ୍ସ କରାଯାଇଛି। 4 ରୁ 5 ଦିନ ମଧ୍ୟରେ ସଂକ୍ରମଣ ଆୟତ୍ତ କୁ ଆସିବ।

ବର୍ତ୍ତମାନ ବାହାରେ କୋଭିଡ ପ୍ରୋଟୋକାଲ ଲୋକମାନେ ମାନୁ ନାହାନ୍ତି। ଯାହାକି ଆଗାମୀ ଦିନରେ ବଡ ବିପଦ ସୃଷ୍ଟି କରିପାରେ। ତେଣୁ ସମସ୍ତ ଜନସାଧାରଣ ସଚେତନ ହେବାର ଆବଶ୍ୟକତା ରହିଛି। ଆବଶ୍ୟକତାଠାରୁ ଘରୁ ନ ବହାରିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।

Related Articles

Leave a Reply

Back to top button
error: Content is protected !!