?????

ଗ୍ରାମାଞ୍ଚଳରେ ସମସ୍ତଙ୍କ ପାଇଁ ଆବାସ ଲକ୍ଷ୍ୟକୁ ସାକାର କରିବାକୁ ନିଷ୍ପତ୍ତି, ବଢିଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣର ଅବଧି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମାର୍ଚ୍ଚ 2021 ଠାରୁ ମାର୍ଚ୍ଚ 2024 ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମଏୱାଇ-ଜି)ର ସମ୍ପ୍ରସାରଣ ଲାଗି ଗ୍ରାମୀଣ ବିକାଶ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହି ଯୋଜନାରେ ମୋଟ 2.95 କୋଟି ଆବାସ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିଲା। ଏଥିମଧ୍ୟରୁ ଅବଶିଷ୍ଟ 155.75 ଲକ୍ଷ ଆବାସ ନିର୍ମାଣ ପାଇଁ କେନ୍ଦ୍ର ସରକାର ଆର୍ଥିକ ଅନୁଦାନ ଯୋଗାଇ ଦେବେ।

  • ପ୍ରଚଳିତ ନିୟମ ଅନୁଯାୟୀ ମାର୍ଚ୍ଚ 2021 ଠାରୁ ମାର୍ଚ୍ଚ 2024 ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାକୁ ଜାରି ରଖାଯିବ। ଏହି ଯୋଜନାରେ 2.95 କୋଟି ଆବାସ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ସେଥିମଧ୍ୟରୁ ଅବଶିଷ୍ଟ ଆବାସ ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।
  • ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ମୋଟ 2.95 କୋଟି ଆବାସ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିଲା। ଏଥିମଧ୍ୟରୁ ଅବଶିଷ୍ଟ 155.75 ଲକ୍ଷ ଆବାସ ନିର୍ମାଣ ପାଇଁ ମୋଟ 2,17,257 କୋଟି ଟଙ୍କା ଖର୍ଚ୍ଚ କରାଯିବ। କେନ୍ଦ୍ର ସରକାର 1,25,106 କୋଟି ଏବଂ ରାଜ୍ୟ ସରକାର 73,475 କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାବ୍ୟତୀତ ନାବାର୍ଡକୁ ସୁଧ ପଇଠ କରିବା ଲାଗି ଅତିରିକ୍ତ 18,676 କୋଟି ଟଙ୍କାର ଆବଶ୍ୟକତା ପଡ଼ିବ।
  • ଅର୍ଥ ମନ୍ତ୍ରଣାଳୟ ସହିତ ପରାମର୍ଶ କରି ମୋଟ ବଜେଟ ଆଧାରିତ ସହାୟତା (ଜିବିଏସ) ଜରିଆରେ ଇବିଆର ପର୍ଯ୍ୟାୟ ନିର୍ଦ୍ଧାରଣ ଏବଂ ସମ୍ପୂର୍ଣ୍ଣ ଯୋଜନା ପାଇଁ ପାଣ୍ଠି ଯୋଗାଣ ବ୍ୟବସ୍ଥା କରାଯିବ।
  • 2023-24 ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ପରିଚାଳନା ୟୁନିଟ (ପିଏମୟୁ) ଏବଂ ଜାତୀୟ ବୈଷୟିକ ସହାୟତା ଏଜେନ୍ସି (ଏନଟିଏସଏ) ଜାରି ରହିବ।

ମାର୍ଚ୍ଚ 2024 ପର୍ଯ୍ୟନ୍ତ ଏହି ଯୋଜନା ଜାରି ରହିବା ଫଳରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଅଧୀନରେ ଧାର୍ଯ୍ୟ କରାଯାଇଥିବା ସର୍ବମୋଟ 2.95 କୋଟି ଆବାସ ନିର୍ମାଣ ଲକ୍ଷ୍ୟ ମଧ୍ୟରୁ ଅବଶିଷ୍ଟ 155.75 ଲକ୍ଷ ଆବାସ ନିର୍ମାଣ ସୁନିଶ୍ଚିତ ହେବ। ସମ୍ପ୍ରସାରିତ ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳରେ “ସମସ୍ତଙ୍କ ପାଇଁ ଆବାସ” ଲକ୍ଷ୍ୟ ହାସଲ କରିବା ଲାଗି ସମସ୍ତ ମୌଳିକ ସୁବିଧା ସୁଯୋଗ ଥିବା ପକ୍କା ଘର ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

29 ନଭେମ୍ବର 2021 ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ମୋଟ 2.95 କୋଟି ଆବାସ ଲକ୍ଷ୍ୟ ମଧ୍ୟରୁ 1.65 କୋଟି ଆବାସ ନିର୍ମାଣ କରାଯାଇସାରିଛି। 2022 ଅଗଷ୍ଟ 15 ତାରିଖ ସୁଦ୍ଧା ଧାର୍ଯ୍ୟ ସମୟସୀମା ମଧ୍ୟରେ 2.02 କୋଟି ଆବାସ ନିର୍ମାଣ କରାଯାଇପାରିବ ବୋଲି ଆକଳନ କରାଯାଇଛି, ଏହା ଏସଇସିସି 2011 ଡାଟାବେସ ଉପରେ ଆଧାରିତ ସ୍ଥାୟୀ ପ୍ରତୀକ୍ଷା ସୂଚୀ ସହ ପ୍ରାୟତଃ ସମାନ। ତେଣୁ 2.95 କୋଟି ପକ୍କା ଆବାସ ଲକ୍ଷ୍ୟ ହାସଲ କରିବା ଲାଗି ଏହି ଯୋଜନା ମାର୍ଚ୍ଚ 2024 ପର୍ଯ୍ୟନ୍ତ ଜାରି ରହିବାର ଆବଶ୍ୟକତା ରହିଛି।

Related Articles

Leave a Reply

Back to top button
error: Content is protected !!