?????

ମାର୍ଚ୍ଚରେ ମୁଣ୍ଡଫଟା ଖରା, ଆଜିଠୁ ବିଭିନ୍ନ ସହରରେ ବଢିବ ତାପମାତ୍ରା

ଭୁବନେଶ୍ନର: ଆଜିଠାରୁ ୧୮ ତାରିଖ ଯାଏ ରାଜ୍ୟରେ ତାପପାତ୍ର ବୃଦ୍ଧି ପାଇବ । ଏ ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । କିଛି ଜିଲ୍ଲାରେ ତାପମାତ୍ରା ୩ରୁ ୫ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମଙ୍ଗଳବାର ୩୯.୭ ଡ଼ିଗ୍ରୀ ସହ ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର ପାଲଟିଥିବା ବେଳେ ୧୨ ସହରରେ ଦିନରେ ତାପମାତ୍ରା ୩୮ ଡ଼ିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି । ସୋନପୁର ୩୯.୫ ଡ଼ିଗ୍ରୀ, ବାରିପଦା ୩୯.୨ ଡ଼ିଗ୍ରୀ, ଟିଟଲାଗଡ ଏବଂ ବୌଦ୍ଧରେ ୩୯ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୩୮.୧ ଡ଼ିଗ୍ରୀ ଏବଂ କଟକ ଠାରେ ୩୮ ଡ଼ିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଛି ।

୧୬ରୁ ୧୭ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଧା, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ କରାଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ମାର୍ଚ୍ଚ ୧୭ରୁ ୧୮ ତାରିଖ ପାଇଁ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଧା୍, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୮ରୁ ୧୯ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ବି ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ । ତେବେ ଏହି ଗ୍ରୀଷ୍ମ ପ୍ରବାହ ସମୟରେ ଛୋଟପିଲା, ବୃଦ୍ଧ ଓ ଅସୁସ୍ଥ ଥିବା ଲୋକଙ୍କୁ ଅଧିକ ସତର୍କ ରହିବାକୁ କୁହାଯାଇଛି । ଦିନ୧୧ଠାରୁ ୫ଟା ପର୍ଯ୍ୟନ୍ତ ବାହାରକୁ ନବାହାରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

Related Articles

Leave a Reply

Back to top button
error: Content is protected !!