?????

୨୪ ଘଣ୍ଟାରେ ଘଡଘଡି ସହ ବର୍ଷା ସମ୍ଭାବନା, ସତର୍କ କଲା ଏସଆରସି

ଭୁବନେଶ୍ୱର: ଏପ୍ରିଲ ମାସ  ସରିଲା । ରାତି ପାହିଲେ ମେ ମାସ । ଆଜିଠୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆସନ୍ତାକାଲି ପାଖରୁ କାଳବୈଶାଖୀ ପ୍ରଭାବରେ ୨ ରୁ ୩ ଦିନ ମଧ୍ୟରେ ୨ ଡ଼ିଗ୍ରୀ ଯାଏଁ ତାପମାତ୍ରା ଖସିବ। ଅନ୍ୟପଟେ ଲଗାତର ତୃତୀୟ ଦିନ ପାଇଁ ବୌଦ୍ଧ ସହରର ତାପାମତ୍ରା ୪୫ଡିଗ୍ରୀ ରହିଛି।

ଏହାକୁ ଦେଖି ଏସଆରସି ଆସନ୍ତାକାଲିଠାରୁ ୫ଦିନ ଯାଏଁ କାଳବୈଶାଖୀ ବର୍ଷା ନେଇ ଜିଲ୍ଲା ପ୍ରଶାସନକୁ ଅବଗତ କରାଇଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଏବଂ ନୟାଗଡ ଜିଲ୍ଲାରେ ପାଗ ଶୁଖିଲା ରହିବ । ହେଲେ ଗୋଟିଏ କି ଦୁଇଟି ସ୍ଥାନରେ ଘ଼ଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝରରେ ଘଡ ଘଡି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏ ନେଇ ଏହି ଚାରି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାର କରିଛି ଏସଆରସି ।  କୋରାପୁଟ, ରାୟଗଡା, ଗଜପତି, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଓ କେନ୍ଦ୍ରାପଡାରେ ମଧ୍ୟ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି  । ଏହାର ପ୍ରଭାବରେ ୬ ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।

 

Related Articles

Leave a Reply

Back to top button
error: Content is protected !!