?????

ବ୍ରଜରାଜନଗର ବାଜି: ଶେଷ ଦିନରେ ନାମାଙ୍କନ ଦାଖଲ କଲେ ତିନି ଦଳର ପ୍ରାର୍ଥୀ

ଝାରସୁଗୁଡା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ବିଧାନସଭା ଆସନ ପାଇଁ ମଇ ୩୧ରେ ଭୋଟ୍ ପଡ଼ିବ । ଏହି ଉପନିର୍ବାଚନ ପାଇଁ ବୁଧବାର ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ବିଜେପି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି। ବିଜେଡିର ଅଳକା ମହାନ୍ତି, ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ଓ କଂଗ୍ରେସର କିଶୋର ପଟେଲଙ୍କ ସମେତ ୧୨ ଜଣ ପ୍ରାର୍ଥୀ ଶେଷ ତାରିଖରେ ନାମାଙ୍କନପତ୍ର ଦାଖଲ କରିଥିଲେ।

୨୦୨୧ ଡିସେମ୍ବର ୩୦ରେ ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲ ପଡିଥିଲା। ନିକଟରେ ନିର୍ବାଚନ କମିଶନ ଏହି ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କରିଥିଲେ।

ଝାରସୁଗୁଡ଼ା ଉପ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ନିଜ ସମର୍ଥକଙ୍କ ସହ ପହଞ୍ଚିଥିଲେ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, ସାଂସଦ ପ୍ରସନ୍ନ ଆଚାର୍ୟ୍ୟ, ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କ ଉପସ୍ଥିତିରେ ଅଳକା ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସେହିପରି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା, ରାଜ୍ୟ ସଭାପତି ସମୀର ମହାନ୍ତି, ବରଗଡ଼ ସାଂସଦ ସୁରେଶ ପୂଜାରୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଉପସ୍ଥିତିରେ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ବରିଷ୍ଠ କଂଗ୍ରେସ ନେତା ଓ ସମର୍ଥକଙ୍କ ଉପସ୍ଥିତିରେ କଂଗ୍ରେସ ପ୍ରାର୍ଥୀ ମଧ୍ୟ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।ରାଜନୀତିରେ ଅଳକା ମହାନ୍ତି ନୂଆ ହୋଇଥିବା ବେଳେ ୨୦୧୪ରେ ଏହି ଆସନରୁ ବିଜେପିର ରାଧାରାଣୀ ପଣ୍ଡା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି।

୨୦୦୯ ଯାଏ ଏହି ବିଧାନସଭା ଆସନ ସିପିଆଇ ଓ କଂଗ୍ରେସ ପାଖରେ ଥିଲା ଏବଂ ୨୦୧୪ରେ ବିଜେପିକୁ ଯାଇଥିଲା। ତେବେ ୨୦୧୯ ନିର୍ବାଚନରେ ବ୍ରଜରାଜନଗର ଆସନରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଥିଲେ।  ଆଜି ୧୨ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ ଏବଂ ୧୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ଜୁନ୍ ୩ ତାରିଖରେ ଭୋଟ୍ ଗଣତି ହେବ।

Related Articles

Leave a Reply

Back to top button
error: Content is protected !!