?????

ବ୍ରଜରାଜନଗରରେ ଭୋଟିଂ ବେଳେ ୫୦ ପ୍ରତିଶତ ବୁଥରେ ୱେବ କାଷ୍ଟିଂ ହେବ

ଭୁବନେଶ୍ୱର: ବ୍ରଜରାଜନଗର ନିର୍ବାଚନ ପାଇଁ ପ୍ରକ୍ରିୟା ଜାରି ରହିଛି। ଏଥିପାଇଁ ପାର୍ଥୀ ତାଲିକା ଚୁଡାନ୍ତ ହୋଇଛି। ମଇଦାନରେ ମୋଟ ୧୧ ଜଣ ପାର୍ଥି ଅଛନ୍ତି। ମତଦାନ ପୂର୍ବରୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ପହଞ୍ଚିଛନ୍ତି। ଭୋଟର ତାଲିକା ଚୂଡାନ୍ତ ହୋଇଛି । ମୋଟ ୨ ଲକ୍ଷ ୧୪ ହଜାର ୮୭୮ ଭୋଟର ଅଛନ୍ତି। ୩ ହଜାର ୫୨୦ ଦିବ୍ୟଙ୍ଗ ଭୋଟର। ୧୬୨୮ ଭୋଟର ୮୦ ବର୍ଷରୁ ଅଧିକ ବୟସ୍କ ରହିଛନ୍ତି । ୧୩୩ ନୂଆ ଭୋଟର ସାମିଲ ହୋଇଛନ୍ତି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ଏହି ସୂଚନା ଦେଇଛନ୍ତି।

ନିର୍ବାଚନ ପ୍ରକ୍ରିୟା ଉପରେ ସେ କହିଛନ୍ତି, ୩୧୯ଟି ଇଭିଏମ ବ୍ୟବସ୍ଥା ହୋଇଛି। ପ୍ରତି ବୁଥରେ ଅତି ବେଶୀରେ ୧୨୫୦ ଭୋଟର ରହିବେ । ମୋଟ ୨୭୯ ବୁଥ କରାଯାଇଛି। ଗତ ନିର୍ବାଚନ ରେ ହୋଇଥିବା ବୁଥ ମଧ୍ୟରୁ ୩ ଟା ବୁଥ ସ୍ଥାନାନ୍ତର କରାଯାଇଛି। ଅନ୍ୟ ସବୁ ବୁଥ ସମାନ ରହିଛି। ୩୨୫ ଲୋକଙ୍କ ଘରୁ ଭୋଟ ସଂଗ୍ରହ କରାଯିବ। ସେମାନେ ଭୋଟ ଦେବାକୁ ଆସିବାକୁ ଅସମର୍ଥ ଥିବାରୁ ଘରୁ ଭୋଟ ସଂଗ୍ରହ ହେବ। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ରହିଛି।  ଶୁକ୍ରବାରଠାରୁ ଭୋଟ ସଂଗ୍ରହ ଆରମ୍ଭ ହୋଇଛି। ଯେଉଁମାନଙ୍କ ଘରୁ ଭୋଟ ସଂଗ୍ରହ ହେବ ସେମାନେ ଆଉ ବୁଥରେ ଭୋଟ୍ ଦେଇ ପାରିବେନି। ୨୨୪ ଜଣ ସର୍ଭିସ ଭୋଟରଙ୍କ ପାଇଁ ପୋଷ୍ଟଲ ବ୍ୟାଲଟ ପଠା ସରିଛି।ନିର୍ବାଚନ ପରିଚାଳନା ପାଇଁ ୧୩୯୬ ପୋଲିଂ ଅଧିକାରୀ ରହିବେ।

ଝାରସୁଗୁଡା ଇଞ୍ଜିନିୟର ସ୍କୁଲରେ ଡିସବର୍ସ କେନ୍ଦ୍ର ହେବ। ୩୮୦ ଗାଡି ବ୍ୟବସ୍ଥା କରାଯାଇଛି। ୧୭୦ ଆର୍ମ ଲାଇସେନ୍ସକୁ ଥାନାରେ ଡିପୋଜିଟ କରାଯାଇଛି। ପୂର୍ବରୁ ଅପରାଧୀକ ମାମଲା ଥିବା ୧୦୪୮ ଲୋକଙ୍କୁ ଅଟକ ରଖାଯାଇଛି। ୭୧ ଜଣଙ୍କ ନାଁରେ NBW ଜାରି କରାଯାଇଛି। ଏହି ସମୟରେ ୮୩୫ ଲିଟର ମଦ ଜବତ କରାଯାଇଛି। ୧୯୫୦ ଟୋଲ ଫି ନମ୍ବର ଜାରି କରାଯାଇଛି । ଅଭିଯୋଗ ଓ ସମସ୍ୟା ନେଇ ଲୋକେ ଅବଗତ କରିପାରିବେ ଏହି ନମ୍ବର ଜରିଆରେ।

ତେବେ ୫୦ ପ୍ରତିଶତ ବୁଥରେ ୱେବ କାଷ୍ଟିଂ ହେବ। ଆବଶ୍ୟକ ସ୍ଥାନରେ ଭିଡିଓ ଗ୍ରାଫି କରାଯିବ। ୩ଟି ଟିମ କେନ୍ଦ୍ରୀୟ ଫୋର୍ସ ଆସିଛନ୍ତି। ଯେଉଁ ବୁଥରେ କମ ଭୋଟି ହୋଇଥିଲା ସେଠାରେ ମୁଁ ବି ଭୋଟ ଦେବି ନାମରେ କ୍ୟାମ୍ପନ କରାଯାଉଛି। ଦିବ୍ୟାଙ୍ଗ ଭୋଟରଙ୍କ ପାଇଁ ସବୁ ବ୍ୟବସ୍ଥା ହୋଇଛି। ମୋଟ ୩୦ଟା ମଡେଲ ବୁଥ କରାଯାଇଛି। ଏଠାରେ ସବୁ ଆବଶ୍ୟକୀୟ ବ୍ୟବସ୍ଥା ରହିଛି। ୫ଟା ପିଙ୍କ ବୁଥ ରହିଛି। ସବୁ ବୁଥରେ ଖରା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭୋଟ ଓ ଭୋଟ ପରଦିନ ଛୁଟି ଘୋଷଣା କରାଯାଇଛି। କାଜୁଆଲ ଲିଭ ନେଇ ପାରିବେ ଭୋଟର। କୋଭିଡ ପାଇଁ ଥର୍ମାଲ ସ୍କାନିଂ କରାଯିବ। ମାସ୍କ ସାନିଟାଇଜ ବ୍ୟବସ୍ଥା କରାଯାଇଛି। ଯେଉଁ ବୁଥରେ ପୂର୍ବରୁ ସମସ୍ୟା ରହିଛି କିମ୍ବା ଅଘଟଣ ଘଟିଛି ଏବଂ ଅଘଟଣ ଆଶଙ୍କା ଥିବ ସେ ନେଇ ରାଜନୈତିକ ଦଳ ଗୁଡିକ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବ୍ୟକ୍ତିଗତ ଭାବେ ଜଣାଇବେ।
ସେଠାରେ ସ୍ଥିତି ଦେଖି ବ୍ୟବସ୍ଥା କରାଯିବ ବୋଲି ଲୋହାନି କହିଛନ୍ତି।

Related Articles

Leave a Reply

Back to top button
error: Content is protected !!