?????

ଜିଲ୍ଲା ପରିଷଦ ବୈଠକ : ବିଭିନ୍ନ ଯୋଜନା ଉପରେ ହେଲା ଆଲୋଚନା

ଝାରସୁଗୁଡ଼ା: ଚଳିତ ୨୦୨୨-୨୩ ବର୍ଷର ପ୍ରଥମ ଜିଲ୍ଲା ପରିଷଦର ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଦଭାବନା ଗୃହ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ତୁଳାବତୀ ମିଞ୍ଜଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ୨୦୨୨-୨୩ ବର୍ଷ ପାଇଁ ବିଭିନ୍ନ ଯୋଜନାରେ ଚଳିତ ଜୁନ୍ ମାସ ସୁଦ୍ଧା ଧାର୍ଯ୍ୟ ଲକ୍ଷ୍ୟର ବସ୍ତୁଗତ ସଫଳତା ଓ ଆର୍ଥିକ ସଫଳତା ସମ୍ପର୍କରେ ଆଲୋଚନା କରାଯାଇଥିଲା ।

ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା , ଜୀବିକା ମିଶନ , କୃଷି , ଉଦ୍ୟାନ କୃଷି , ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ , ଫସଲ ବୀମା ଯୋଜନା , ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା , ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥା , ଜାତୀୟ ସ୍ୱାସ୍ଥ୍ୟ ମିଶନ ଯୋଜନା , ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା , ଦୀନ ଦୟାଲ ଉପାଧ୍ୟାୟ ଗ୍ରାମ ଜ୍ୟୋତି ଯୋଜନା ଉପରେ ଆଲୋଚନା ଅନୁଷ୍ଠିତ ହୋଇଥିଲା ।

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀମାନଙ୍କ ସକାଶେ ଗୃହ ନିର୍ମାଣ ,ପାଇପ୍ ଯୋଗେ ଜିଲ୍ଲାର ପ୍ରତି ଘରକୁ ପାନୀୟ ଜଳ ଯୋଗାଣ ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ଧାର୍ଯ୍ୟ ସମୟ ମଧ୍ୟରେ ଯୋଜନାଗୁଡିକର ସଫଳ ରୂପାୟନ ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ଶେଷରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ଧନ୍ୟବାଡ଼ ଅର୍ପଣ କରିଥିଲେ । ଏହି ବୈଠକ ପରେ ଅପରାହ୍ନରେ ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ପର୍ଯ୍ୟବେକ୍ଷଣ କମିଟି ବୈଠକ ସାଂସଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ଏହି ବୈଠକରେ ବରଗଡ଼ ସାଂସଦ ସୁରେଶ ପୂଜାରୀ , ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତି , ଜିଲ୍ଲାପାଳ ସରୋଜ କୁମାର ସାମଲ , ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ , ଡି ଏଫ ଓ ,ଜିଲ୍ଲା ପରିଷଦ ସଭ୍ୟ/ ସଭ୍ୟା , ବିଭାଗୀୟ ଅଧିକାରୀମାନେ ଅଂଶ ଗ୍ରହଣ କରିଥିଲେ ।

Related Articles

Leave a Reply

Back to top button
error: Content is protected !!