?????

ଦ୍ରୌପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ଭୁବନେଶ୍ୱର: ଦ୍ରୈାପଦୀ ମୁର୍ମୁ ହୋଇପାରନ୍ତି ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି । ଯଦି ସେ ନିର୍ବାଚିତ ହୁଅନ୍ତି ତେବେ ସେ ଦେଶର ପ୍ରଥମ ଓଡ଼ିଆ ଏବଂ ଆଦିବାସୀ ମହିଳା ଏବଂ ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଦ୍ରୈାପଦୀ ହେଉଛନ୍ତି ମୟୂରଭଞ୍ଜର ଆଦିବାସୀ ନେତ୍ରୀ, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ।

କ୍ଷମତାସୀନ ଏନଡ଼ିଏ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀଭାବେ ଘୋଷଣା କରିଛି। ମୁର୍ମୁ ରାଷ୍ଟ୍ରପତି ହେବା ଏକ ପ୍ରକାର ସୁନିଶ୍ଚିତ ବୋଲି ଭୋଟ ଗଣତିରୁ ସଙ୍କେତ ମିଳୁଛି। ଭାରତର ଗଣତାନ୍ତ୍ରିକ ବ୍ୟବସ୍ଥାରେ ଶାସନର ସର୍ବୋଚ୍ଚ ପଦବୀ ଲାଗି ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୈାପଦୀ ମୁର୍ମୁଙ୍କ ନାମ ଘୋଷଣା କରି ବିଜେପି ସମସ୍ତଙ୍କୁ ଚକିତ କରିଛି।

ପୂର୍ବରୁ ଦେଶର ଚତୁର୍ଥ ରାଷ୍ଟ୍ରପତି ଭାବେ ଭି.ଭି ଗିରି ୧୯୬୯ ମସିହାରେ ନିର୍ବାଚିତ ହୋଇଥିଲେ। ଏବେ ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦର ସୁଅ ଛୁଟୁଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।

Related Articles

Leave a Reply

Back to top button
error: Content is protected !!