?????

ସ୍ୱାଧୀନତା ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ଜାଣନ୍ତୁ?

ଝାରସୁଗୁଡା: ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଭଳି ଅନୁସୂଚିତ ଜନଜାତି ଓ ଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା କନ୍ଧମାଳରେ ତ୍ରିରଙ୍ଗା ଉତ୍ତୋଳନ କରିବେ । ପୁରୀରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଢେଙ୍କାନାଳରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବଲାଙ୍ଗିରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ, କେନ୍ଦୁଝରରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପତାକା ଉତ୍ତୋଳନ କରିବେ ।

ନୟାଗଡ଼ରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, କଟକରେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ସୁନ୍ଦରଗଡ଼ରେ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୟୂରଭଞ୍ଜରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବରଗଡ଼ରେ ନବ କିଶୋର ଦାସ, ବାଲେଶ୍ୱରରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ଗଞ୍ଜାମରେ ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, କଳାହାଣ୍ଡିରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ପତାକା ଉତ୍ତୋଳନ କରିବେ।

ମାଲକାନଗିରିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ସମ୍ବଲପୁରରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର, କୋରାପୁଟରେ ଗ୍ୟାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ଗଜପତିରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ଖୋର୍ଦ୍ଧାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ସୋନପୁରରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ନୂଆପଡ଼ାରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ, ଅନୁଗୁଳରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ତ୍ରିରଙ୍ଗା ଉତ୍ତୋଳନ କରିବେ ।

ସେହିଭଳି ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆରଡିସି ପତାକା ଉତ୍ତୋଳନ କରିବେ । ଭଦ୍ରକ, ବୌଦ୍ଧ, ଦେବଗଡ଼, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କରିବେ।

Related Articles

Leave a Reply

Back to top button
error: Content is protected !!