୧୨ ଘଣ୍ଟାରେ ଲଘୁଚାପ, ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

0
60

ଝାରସୁଗୁଡା: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆସନ୍ତା ୧୨ ଘଣ୍ଟାରେ ଲଘୁଚାପର ରୂପ ନେବ। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତାକାଲି ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବାର ସମ୍ଭାବନା ରହିଛି ।

ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୪ ତାରିଖରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ, ସହରୀ ବନ୍ୟା ପରିସ୍ଥିତି ଉପୁଜିବା ତଥା ଅଣ୍ଡର-ପାସ ରୋଡରେ ପାଣି ଜମିବା ସହ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇପାରେ ।

ଓଡ଼ିଶା ଉପକୂଳ ଏବଂ ଆଖପାଖ ଅଞ୍ଚଳରେ ଝଡ଼ ପବନ ଘଣ୍ଟା ପ୍ରତି ୪୫ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏ ରହିବ । ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ, ମତ୍ସ୍ୟଜୀବୀଙ୍କୁ ୧୫ ତାରିଖ ଯାଏ ସମୁଦ୍ର ବାରଣ କରାଯାଇଛି । ଉପରମୁଣ୍ଡରେ ବର୍ଷା ବଢ଼ୁଥିବାରୁ ହୀରାକୁଦର ଜଳସ୍ତର ବଢ଼ୁଛି । ଫଳରେ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲିଛି । ବର୍ତ୍ତମାନ ୨୪ଟି ଗେଟ୍ ଦେଇ ଡ୍ୟାମ୍‌ରୁ ଜଳ ନିଷ୍କାସନ ହେଉଛି ।