?????

ରବିବାର ଘୁର୍ଣ୍ଣିବଳୟ, ୧୮ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର: ୧୮ ସେପ୍ଟେମ୍ବରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସେପ୍ଟେମ୍ବର ୧୮ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବ। ପାଣିପାଗ କେନ୍ଦ୍ର ଏହି ପୂର୍ବାନୁମାନ କରିଛି।

୧୮ ଏବଂ ୧୯ ରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି) ହେବ । ୧୯ ଏବଂ ୨୦ରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୨୦ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା (୭ ରୁ ୨୦ ସେମି) ରହିଛି। ଏହି ସମୟରେ ବଜ୍ରପାତ ସହ ବର୍ଷା କିମ୍ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୨ଟି ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

୧୮ ତାରିଖରେ ରାଜ୍ୟର ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର,  ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି।

ସେହିପରି ୧୯ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଦା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡାରେ ବର୍ଷା ହେବ ବୋଲି ସୂଚନା ରହିଛି।

Related Articles

Leave a Reply

Back to top button
error: Content is protected !!