?????

ଆଉ ତିନି ମାସ ରାଜ୍ୟ ସରକାର ୫ କେଜି ଚାଉଳ ଯୋଗାଇବେ

ଭୁବନେଶ୍ୱର: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକୃତ ହେବେ।

ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ମାସ ଯାଏ ହିତାଧିକାରୀ ମାନେ ଜାତୀୟ ଖାଦ୍ୟ ସୁରକ୍ଷା ଅଧିକାରୀ ହିତାଧିକାରୀମାନଙ୍କ ପରି ମୁଣ୍ଡପିଚ୍ଛା ମାସକୁ ୫ କେ.ଜି ଲେଖାଏ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ। ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ।

Related Articles

Leave a Reply

Back to top button
error: Content is protected !!