?????

ଜୀବନ ଯୁଦ୍ଧରେ ହାରିଗଲେ ଜିଲ୍ଲାର ପ୍ରିୟ ନେତା

ଭୁବନେଶ୍ୱର: ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ନବ କିଶୋର ଦାସଙ୍କ ରବିବାର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ଆଜି ସକାଳେ ଝାରସୁଗୁଡ଼ାର ବ୍ରଜରାଜନଗରରେ ନବ ଦାସଙ୍କ ଦେହରେ ଏକାଧିକ ଗୁଳି ବାଜିଥିଲା। ଏହାପରେ ତାଙ୍କୁ ଝାରସୁଗୁଡାରୁ ଏୟାରଲିଫ୍ଚ କରାଯାଇ ଭୁବନେଶ୍ୱର ଅଣାଯାଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଏକ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ପାଇଁ ବ୍ରଜରାଜନଗରସ୍ଥିତ ଗାନ୍ଧୀ ଛକରେ ନବ ଦାସ ପହଞ୍ଚିବା ପରେ ଗୋପାଳ ଦାସ ନାମକ ପୁଲିସ ଏଏସ୍ଆଇ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଏସ୍ଆଇ ଗୋପାଳ ଦାସ ମନ୍ତ୍ରୀଙ୍କ ଉପରକୁ କାହିଁକି ଗୁଳି ଚଳାଇଲା ତାର ସଠିକ୍ କାରଣ ଜଣାପଡ଼ିନଥିଲେ ମଧ୍ୟ ସମ୍ପୃକ୍ତ ଅଧିକାରୀଙ୍କୁ ହେପାଜତକୁ ନେଇ ପଚରାଉଚରା ଜାରି ରହିଛି।

ଆକ୍ରମଣ ପରେ ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରୁ ହେଲିକପ୍ଟର ଯୋଗେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯିବାରୁ ସେ ହସ୍ପିଟାଲରେ ଜୀବନ ଯୁଦ୍ଧରେ ହାରି ଯାଇଥିଲେ।

ନବ ଦାସ ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରି 2019 ନିର୍ବାଚନରେ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ। ଏହା ପୂର୍ବରୁ ସେ କଂଗ୍ରେସର କାର୍ଯ୍ୟକାରୀ ସଭାପତି ଥିବା ସହିତ ବିଧାୟକ ହୋଇଥିଲେ। 2019 ନିର୍ବାଚନର ଅବ୍ୟବହିତ ପୂର୍ବରୁ ସେ କଂଗ୍ରେସ ଛାଡି ବିଜେଡି ଟିକେଟରେ ନିର୍ବାଚନ ଲଢିଥିଲେ।

 

Related Articles

Leave a Reply

Back to top button
error: Content is protected !!