?????

ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ହାଇକୋର୍ଟରେ ପିଆଇଏଲ ଦାଖଲ

କଟକ: ମନ୍ତ୍ରୀ ନବ ଦାସଙ୍କୁ ଜଣେ ପୋଲିସ କର୍ମୀ ହତ୍ୟା କରିବା ମାମଲାରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି।ଭାରତୀୟ ବିକାଶ ପରିଷଦ ଦାୟର ହୋଇଥିବା ଆବେଦନରେ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଡିଜିପି, ସିବିଆଇ ଓ କ୍ରାଇମବ୍ରାଞ୍ଚକୁ ପକ୍ଷଭୁକ୍ତ କରାଯାଇଥିବା ସୂଚନା ମିଳିଛି। କ୍ରାଇମବ୍ରାଞ୍ଚର ତଦନ୍ତ ଉପରେ ପ୍ରଶ୍ନ ଉଠାଯାଇ ନିରପେକ୍ଷ ତଦନ୍ତ ପାଇଁ ଦାବି କରାଯାଇଛି।

ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ତଦନ୍ତ ଏବେ କ୍ରାଇମବ୍ରାଞ୍ଚ କରୁଛି। ସେହିପରି ତଦନ୍ତର ତଦାରଖ କରିବାକୁ ରାଜ୍ୟ ସରକାରଙ୍କ ନିବେଦନ ପରେ ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ. ପି. ଦାସଙ୍କି କ୍ରାଇମବ୍ରାଞ୍ଚ ତଦନ୍ତର ତଦାରଖ କରିବାକୁ ନିୟୋଜିତ କରାଯାଇଛି।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ରହସ୍ୟଜନକ ହତ୍ୟାକାଣ୍ଡକୁ ବିରୋଧୀ ରାଜ୍ୟ ସରକାରଙ୍କୁ ଘନ ଘନ ଆକ୍ରମଣ କରିବା ସହିତ ଏହି ହତ୍ୟା ମାମଲାରେ ଷଡ଼ଯନ୍ତ୍ର ରହିଥିବା ଦାବି କରୁଛନ୍ତି। ଉଭୟ ବିଜେପି ଓ କଂଗ୍ରେସ ଏହି ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ଦାବି କରିଛନ୍ତି। କ୍ରାଇମବ୍ରାଞ୍ଚ ଏହି ମାମଲାରେ ସଠିକ ତଦନ୍ତ କରିପାରିବ ନାହିଁ ବୋଲି ଦାବି କରୁଛନ୍ତି।

ସୂଚନାଯୋଗ୍ୟ, ଜାନୁଆରୀ ୨୯ ତାରିଖରେ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ସ୍ଥିତ ଗାନ୍ଧୀ ଛକ ନିକଟରେ ମନ୍ତ୍ରୀଙ୍କୁ ଗୋପାଳ ଦାସ ଗୁଳିମାଡ କରିଥିବା ଅଭିଯୋଗ ରହିଛି। ଗୁରୁତର ଅବସ୍ଥାରେ ନବ ଦାସଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ହେଲିକପ୍ଟର ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ବେଳେ ସେହିଦିନ ସନ୍ଧ୍ୟାରେ ଆପୋଲୋ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିଲା।

 

Related Articles

Leave a Reply

Back to top button
error: Content is protected !!